ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ୮ରୁ ବଢ଼ିବ ତାପମାତ୍ରା

ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। କମିଛି ତାତି। ଗରମ, ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି। ଆସନ୍ତା ତିନିଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆଜି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୭ ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବ। ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼, ଦେବଗଡ଼, ନୟାଗଡ଼, ଅନୁଗୁଳ ସହରର ତାପମାତ୍ରା ୪୧ ଡିଗ୍ରିରେ ପହଞ୍ଚିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅଧିକ ପଢନ୍ତୁ

kc ads