ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରୀ ୧୦ ଟଙ୍କା ବୃଦ୍ଧି ପାଇଲା । ସରକାର ରାଜ୍ୟରେ ଶ୍ରମିକଙ୍କ ଦରମା ବୃଦ୍ଧି କରିଛନ୍ତି । ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୫୨ରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୫୦୨ରୁ ୫୧୨ ଟଙ୍କାକୁ ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ।କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି।
