ରାଜ୍ୟସଭା ସାଂସଦ ପଦରୁ ସୁଜିତ୍ କୁମାରଙ୍କ ଇସ୍ତଫା । 

ରାଜ୍ୟସଭାରୁ ଇସ୍ତଫା ଦେଲେ ସାଂସଦ ସୁଜିତ କୁମାର । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା,

ସାଂସଦ ପଦରୁ ଇସ୍ତଫା ଦେବାର ମାତ୍ର କିଛି ସମୟ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି ।ଦଳ ବିରୋଧୀ କାମ ପାଇଁ ଦଳରୁ ବହିସ୍କୃତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ରାଜ୍ୟସଭା ସାଂସଦ ସୁଜିତ୍ କୁମାରଙ୍କ କାର୍ୟ୍ୟକାଳ ୨୦୨୬ ମସିହା ଏପ୍ରିଲ ୨ ତାରିଖ ପର୍ୟ୍ୟନ୍ତ ରହିଥିଲା । ହେଲେ ଏହା ପୂର୍ବରୁ ସେ ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ଆଉ ଖୁବଶୀଘ୍ର ସେ ବିଜେପିରେ ସାମିଲ ହେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ଦିନେ କି ଦୁଇ ଦିନ ଭିତରେ ସେ ବିଜେପିରେ ସାମିଲ ହେଇପାରନ୍ତି ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି ।

ଅଧିକ ପଢନ୍ତୁ

Odisha Darpan Digital