ରାଜ୍ୟ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ୨୦ଲକ୍ଷ ଟଙ୍କାକୁ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। କର୍ମଚାରୀମାନଙ୍କ ଗ୍ରାଚ୍ୟୁଟି ୫ ଲକ୍ଷ ବୃଦ୍ଧି ହୋଇଛି। ଗ୍ରାଚ୍ୟୁଟି ରାଶି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି। ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି।ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୨୦୨୪ ଜାନୁୟାରୀ ପହିଲାରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ୍ ସର୍ଭିସେସ(ପେନସନ) ନିୟମ ଅନୁସାରେ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚ୍ୟୁଇଟି ସୀମାକୁ ବୃଦ୍ଧି କରିଛନ୍ତି ।

ଅଧିକ ପଢନ୍ତୁ