ଶୁକ୍ରବାରଠାରୁ କାଳବୈଶାଖୀର ପ୍ରଭାବ ବଢ଼ିପାରେ । ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଶୁକ୍ରବାରଠାରୁ କାଳବୈଶାଖୀର ପ୍ରଭାବ ବଢ଼ିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ସବୁ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି। ଶନିବାର ଅର୍ଥାତ୍ ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ୧୩ ରୁ ୧୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ଗୁରୁବାର କାଳବୈଶାଖୀ ପ୍ରଭାବରେ କେନ୍ଦୁଝରରେ ୧୯.୩ମିମି ଓ ଦାରିଙ୍ଗିବାଡ଼ିରେ ୧୦ମିମି ବର୍ଷା ରେକର୍ଡ ହୋଇଛି।

ଅଧିକ ପଢନ୍ତୁ

kc ads