ଶୁକ୍ରବାର ଠାରୁ ପୁନର୍ବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ

ଶୁକ୍ରବାର ଠାରୁ ପୁନର୍ବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଏଏସଆଇ ପକ୍ଷରୁ କରାଯିବ। ଏକ୍ସମାସ ଛୁଟି ଏବଂ ନବବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖାଯାଇ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା।ରତ୍ନଭଣ୍ଡାର ଭିତର କବାଟ କୁ ସୁନା ଛାଉଣୀ କରିବା ପାଇଁ ଦାବି ଉଠିଥିବା ବେଳେ ଏସମ୍ପର୍କରେ ଏଏସଆଇ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ସହ ଆଲୋଚନା କରାଯାଇ ଯାହା କିଛି ନିଷ୍ପତ୍ତି ଆସିବ ସେହି ଅନୁସାରେ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଅଧିକ ପଢନ୍ତୁ