ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର।

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ୬ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ। ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ଦିଆଯିବ। ଅନ୍ୟପଟେ ରାଜ୍ୟରେ ଦୁଇ ଶହ ଗୋଶାଳା କରିବେ ସରକାର। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏନେଇ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ହେବ। ଗୋଶାଳାକୁ ପ୍ରୋତ୍ସାହନ ପାଇଁ ସରକାର ଋଣ ଦେଉଛନ୍ତି। ୯୦% ଋଣ ଛାଡ଼ ବ୍ୟବସ୍ଥା ରହିଛି।

ଅଧିକ ପଢନ୍ତୁ

Odisha Darpan Digital