ଶ୍ରୀମଦ୍ ଭଗବତ୍ ଗୀତା ଓ ନାଟ୍ୟଶାସ୍ତ୍ରକୁ ମିଳିଲା ବିଶ୍ବ ମାନ୍ୟତା

‘ଭଗବଦ ଗୀତା’ ଏବଂ ଭରତ ମୁନିଙ୍କ ‘ନାଟ୍ୟଶାସ୍ତ୍ର’କୁ ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ କରାଯାଇଛି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ‘ଏକ୍ସ’ରେ ଲେଖିଛନ୍ତି , ଏହା ସାରା ବିଶ୍ବରେ ଥିବା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ । ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ଗୀତା ଏବଂ ନାଟ୍ୟ ଶାସ୍ତ୍ରକୁ ମାନ୍ୟତା ମିଳିବା ଆମର କାଳଜୟୀ ଜ୍ଞାନ ଏବଂ ସମୃଦ୍ଧ ସଂସ୍କୃତିର ଏକ ବିଶ୍ୱସ୍ତରୀୟ ସ୍ୱୀକୃତି । ଗୀତା ଏବଂ ନାଟ୍ୟଶାସ୍ତ୍ର ଶତାବ୍ଦୀ ଶତାବ୍ଦୀ ଧରି ସଭ୍ୟତା ଏବଂ ଚେତନାକୁ ପୋଷଣ କରିଆସିଛି । ତାଙ୍କର ଅନ୍ତର୍ଦୃଷ୍ଟି ବିଶ୍ୱକୁ ପ୍ରେରଣା ଦେଇ ଚାଲିଛି । କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଏକ ପୋଷ୍ଟ ସେୟାର କରି ପ୍ରଧାନମନ୍ତ୍ରୀ ମୋଦୀ ଏହା ଲେଖିଛନ୍ତି ।

ଅଧିକ ପଢନ୍ତୁ

kc ads