ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କ ଦର୍ଶନ କଲେ ଭାରତୀୟ କ୍ରିକେଟର

ଶ୍ରୀମନ୍ଦିରରେ ଭାରତୀୟ କ୍ରିକେଟର । ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କ ଦର୍ଶନ କଲେ ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ୱାସିଂଟନ ସୁନ୍ଦର । ଏଥିପାଇଁ କଡା ସୁରକ୍ଷା ଗ୍ରହଣ କରାଯାଇଛି । ସୂଚନା ଥାଉକି, ଗୁରୁବାର ନାଗପୁରରେ ପ୍ରଥମ ଦିନିକିଆ ଖେଳିବା ପରେ ଉଭୟ ଟିମ୍‌ ଇଣ୍ଡିଆ ଓ ଇଂଲଣ୍ଡ ଦଳ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ପାରମ୍ପରିକ ବାଦ୍ୟ ଓ ନୃତ୍ୟ ମଧ୍ୟରେ ଉଭୟ ଦଳକୁ ସ୍ବାଗତ କରାଯାଇଥିଲା।

ସନ୍ଧ୍ୟା ୭ଟା ୪୦ ମିନିଟରେ ଭାରତ ଓ ଇଂଲଣ୍ଡ ଦଳ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ୨ଟି ସ୍ବତନ୍ତ୍ର ବସ୍‌ ଯୋଗେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ମେ ଫେୟାର ହୋଟେଲକୁ ଅଣାଯାଇଥିଲା।ଖେଳାଳିମାନେ ଭୁବନେଶ୍ବର ମେ’ଫେୟାରରେ ରହୁଥିବାରୁ ଅଭ୍ୟାସ ଓ ରବିବାର ମ୍ୟାଚ୍ ପାଇଁ ପରିବହନ କରିବାକୁ ଓସିଏ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଓସିଏ ପକ୍ଷରୁ ୫ଟି ସ୍ୱତନ୍ତ୍ର ବସ୍ ସହ କିଛି ଇନୋଭା ଗାଡ଼ି କମିସନରେଟ ପୋଲିସକୁ ହସ୍ତାନ୍ତର କରାଯାଇଛି । ଷ୍ଟାଡିୟମରେ ମଧ୍ୟ ଖେଳାଳିଙ୍କ ଅଭ୍ୟାସ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ତେବେ ରବିବାର ବାରବାଟୀରେ ଭାରତ-ଇଂଲଣ୍ଡ ଟକ୍କର ।

ଅଧିକ ପଢନ୍ତୁ