ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ ରହିବ କଡ଼ା ନଜର ।ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଚାଲିବ। ଏହାପରେ ମେ ୧୫ରେ ରେଜଲ୍ଟ ପ୍ରକାଶ ପାଇବ। ତେବେ ଅତ୍ୟଧିକ ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁନଥିବାରୁ ଖାତାଦେଖା କେନ୍ଦ୍ର ବଢ଼ାଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ ହୋଇଛନ୍ତି । ଏକ୍ଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୁଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି । ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡିକ ପାଇଁ ୩୦ଟି ଖାତା ୫ ଘଣ୍ଟାରେ ଦେଖିବେ ଶିକ୍ଷକ । ସେହିପରି ୭୦ ଓ ୮୦ ମାର୍କ ଥିବା ବିଷୟ ପାଇଁ ୫ ଘଣ୍ଟାରେ ୨୦ ଟି ଖାତା ଦେଖିପାରିବେ ଶିକ୍ଷକ । ତେବେ ମେ‘ ୧୫ ତାରିଖ ସୁଦ୍ଧା ସଠିକ ସମୟରେ ପରୀକ୍ଷାଫଳ ବାହାରିବ
