ବିଧାୟକ ଓ ପୂର୍ବତନ ବିଧାୟକ ମାନଙ୍କ ପେନସନ୍ ବୃଦ୍ଧି ନେଇ ଶୁନ୍ୟକାଳରେ ଦାବି ଉଠାଇଲା ବିଜେଡି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, “ବର୍ତ୍ତମାନ ବଜାର ଦର ବଢ଼ିଛି । ଅନେକ ପୂର୍ବତନ ବିଧାୟକ ପେନସନ ବଢ଼ାଇବା ପାଇଁ ଲବିକୁ ଆସିଛନ୍ତି । ତେବେ । ମେଡ଼ିସିନ ଖର୍ଚ୍ଚ ହେଉ କି ବଜାର ଦର ଯାହା ଅଛି ତାହା ପେନସନକୁ ଦେଖିଲେ ପର୍ଯ୍ୟାପ୍ତ ହେଉ ନାହିଁ ବୋଲି ପ୍ରମିଳା କହିଥିଲେ।
ଏହି ଅବସରରେ ବିଧାୟକ ଭାସ୍କର ମଢେଇଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଥିଲା। କମିଟିର ବୈଠକରେ ନିଷ୍ପତ୍ତି ନିଆଯାଇ ରିପୋର୍ଟ ଦିଆଯାଇଛି। ରିପୋର୍ଟକୁ କାର୍ଯ୍ୟକାରୀ କରିବାକୁ ସରକାର ନିର୍ଦ୍ଦେଶ ଦିଅନ୍ତୁ ବୋଲି ଦାବି କରାଯାଇଛି। ବିଧାୟକଙ୍କ ଦରମା ବଢିବା ଆବଶ୍ୟକ ରହିଛି। ୨୦୧୭ରେ ଶେଷ ଥର ପାଇଁ ଦରମା ବଢି ଥିଲା। ୨୦୨୫ ହେଲାଣି ଦରମା ବଢିବା ଦରକାର ବୋଲି ପ୍ରମିଳା କହିଛନ୍ତି।