ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ବଢିଲା ଭତ୍ତା ରାଶି

ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାର ରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର । ଜରୁରୀ କାଳୀନ ପରିସ୍ଥିତିରେ ଗଓଝଇ ଆଇନରେ ଗିରଫ ହୋଇଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି |

ଅଧିକ ପଢନ୍ତୁ