
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହାଟଦ୍ୱାର ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସନ୍ତୋଷ ପ୍ରଧାନ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ସୁକାନ୍ତି ରାଉତ ଏବଂ ସମ୍ମାନିତ ଅତିଥି ଭାବେ ଗ୍ରାମ୍ୟ କମିଟିର ସଭାପତି ଅର୍ଜୁନ ନାହାକ, ଓ୍ଵାର୍ଡମେମ୍ବର ସନ୍ତୋଷ ନାହାକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ମଞ୍ଜୁଲତା ନାହାକ ପ୍ରମୁଖ ଯୋଗଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭକ୍ତବଲ୍ଲଭ ବଟକୃଷ୍ଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ।