୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ।

ରାଜ୍ୟରେ ୪୭ ହଜାର ୯୦୨ଟି ମୋବାଇଲ ଟାୱାର ଅଛି । ସେଥିରୁ ୧୨ ହଜାର ୬୦୨ଟି 5G ଟାୱାର ଅଛି । ଅଧିକ 5G ଟାୱାର ଅପଗ୍ରେଡ କରାଯାଉଛି । ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍‌ ସେବା ପହଞ୍ଚିବ । ଇଣ୍ଟେରନେଟ ସମସ୍ୟା ଦୂର କରିବାକୁ ଜିଲ୍ଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି । ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ଏହି ଟାସ୍କ ଫୋର୍ସ କାମ କରିବ ବୋଲି ଗୃହରେ ଆଈଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ଉତ୍ତର ରଖିଛନ୍ତି ।

ଅଧିକ ପଢନ୍ତୁ