ତାତିରେ ଲାଗିବ ବ୍ରେକ୍, ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ଦିନର ତାପମାତ୍ରା। ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ଘଡଘଡ଼ି ସମ୍ଭାବନା। ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି। ଆଜି ବିଜୁଳି, ଘଡ଼ଘଡ଼ି ଓ କୁଆପଥର ମାଡ଼ ପାଇଁ ୬ ଜିଲ୍ଲା ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।ସେହିପରି ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ ଓ ଯାଜପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ। ସେହିପରି ଆସନ୍ତାକାଲି ପାଇଁ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପରବର୍ତ୍ତୀ ୨୪ ଘଣ୍ଟାରେ ସମଗ୍ର ରାଜ୍ୟରେ କାଳବୈଶାଖୀ ପ୍ରଭାବ ପଡ଼ିବାକୁ ଥିବା ବେଳେ ଉତ୍ତର ଉପକୂଳ ଓଡ଼ିଶାରେ ୫୦ରୁ ୬୦ କିମି ବେଗରେ ପବନ ବହିବ। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ।
