୨୩ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଜୁଲାଇ ୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ଦିନ କହିଛି।ଗୁରୁବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ସହ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। କିଛି ଜିଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ଝଟ୍‌କା ପବନ ଓ ବଜ୍ରପାତ ସମ୍ଭାବନା ରହିଥିବାରୁ ଏଥିପାଇଁ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ଭଦ୍ରକ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼। ତେବେ ବଜ୍ରପାତ ନେଇ ୧୮ ତାରିଖ ପାଇଁ ୨୩ ଜିଲାକୁ ୟେଲୋ ଓ୍ବାର୍ନିଂ କରାଯାଇଛି।ପାଣିପାଗ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ଜିଲ୍ଲାଗୁଡ଼ିକ ପାଇଁ ପରାମର୍ଶ ଜାରି କରିଛନ୍ତି। ଏଥିସହିତ ଅଧିକାରୀମାନଙ୍କୁ ଯେକୌଣସି ପରିସ୍ଥିତିର ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢନ୍ତୁ

Odisha Darpan Digital