୩ ଦିନ ଯାଏ କାଳବୈଶାଖୀ ବର୍ଷା

କାଳବୈଶାଖୀ ପ୍ରଭାବରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ୨ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ମାତ୍ର ଦୁଇଦିନ ପରେ ତାତି ପୁଣି ବଢ଼ିବ,ପ୍ରାୟ ୨ରୁ ୩ ଡିଗ୍ରୀ ବଢ଼ିପାରେ । ୨୪ଘଣ୍ଟାରେ ଅଧା ଓଡ଼ିଶାରେ କାଳବୈଶାଖୀ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଓ କୁଆପଥର ସହ ୪୦ରୁ ୫୦କିଲୋମିଟର ବେଗରେ ବହିବ ପବନ । ଆଗାମୀ ୩ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାରେ ୧ ରୁ ୨ ଡିଗ୍ରୀ ତାପମାତ୍ରା କମିବା ସହ ରାଜ୍ୟରେ ଆଗାମୀ ୬ ତାରିଖ ଯାଏଁ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।ଅନ୍ୟପଟେ ୬ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସହ ପୁଣିଥରେ ତାପମାତ୍ରା ବଢିବ।

୭ ତାରିଖ ବେଳକୁ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଲିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଥିବାରୁ ଉପକୂଳ ଓଡ଼ିଶାର ତାପମାତ୍ରା ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବୃଦ୍ଧି ହେବ ନାହିଁ। ଉତ୍ତର ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରି ଉପରେ ରହିବ।ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନାଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଢେଙ୍କାନାଳର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ

kc ads