ଭୂତ ନେଉଥିଲେ ରାସନ୍ ଚାଉଳ ।ବିଧାନସଭାରେ ଏନେଇ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସୂଚନା ଅନୁସାରେ, ଇକେଓ୍ବାସି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ କେତେ ଜଣ କରିଛନ୍ତି ସେନେଇ ପ୍ରଶ୍ନ କରିଥିଲେ ଗଣେଶ୍ବର ବେହେରା । ଏହାର ଉତ୍ତର ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ରାସନ ।କେନ୍ଦୁଝରରେ ସର୍ବାଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଉଠିଥିବା କଥା କୁହାଯାଉଛି ।
୩୫ ହଜାର ୫୫୦ ଜଣ ମୃତ ବ୍ୟକ୍ତି ରାସନ କାର୍ଡ ହାତେଇଥିଲେ । ଗଞ୍ଜାମରେ ୨୫ ହଜାର ୭୮୯ , ମୟୂରଭଞ୍ଜରେ ୨୩ ହଜାର ୭୯୯ , ରାୟଗଡାରେ ୨୨ ହଜାର ୪୧୧ ଜଣ ମୃତ ବ୍ୟକ୍ତି ରାସନ ଚାଉଳ ଉଠାଉଥିବା କହିଛନ୍ତି ମନ୍ତ୍ରୀ ।ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ କୋଟି ୯୯ ଲକ୍ଷ ୫୦ ହଜାର ୮୨୦ ଜଣ ପିଡିଏସ୍ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି । ସେମାନଙ୍କ ମଧ୍ୟରୁ ୨ କୋଟି ୯୮ ଲକ୍ଷ ୧୪ ହଜାର ୯୨୧ ପିଡିଏସ୍ ହିତାଧିକାରୀ ଓଡ଼ିଶା ଭିତରେ ଥାଇ ଏବଂ ୧ ଲକ୍ଷ ୩୫ ହଜାର ୮୯୯ ପିଡିଏସ୍ ହିତାଧିକାରୀ ଓଡ଼ିଶା ବାହାରେ ଥାଇ ନିଜ ଇ-କେଓ୍ୱାଇସି କରାଇଛନ୍ତି ।ଅନ୍ୟପଟେ ରାଜ୍ୟରେ ଇ-କେଓ୍ୱାଇସି ଯାଞ୍ଚ ସମୟରେ ୧୬ ହଜାର ୧୮୪ ଜଣ ଅଯୋଗ୍ୟ ପରିବାର ରାସନ କାର୍ଡ ହାତେଇଥିବା ନେଇ ତଥ୍ୟ ଦେଇଛନ୍ତି ଯୋଗାଣ ମନ୍ତ୍ରୀ ।