ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି? ଯଦି ହଁ ତେବେ ଜାଣନ୍ତୁ କେବେ ଆସିବ ଟଙ୍କା । କଣ ରହିିଛି ଆପଣଙ୍କ ଷ୍ଟାଟସ…ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି..କିନ୍ତୁ ଟଙ୍କା ଆସିନି କିମ୍ୱା ପରବର୍ତ୍ତୀ କିସ୍ତିରେ ଟଙ୍କା ଆସିବ କି ନାହିଁ । ଏହି ପ୍ରଶ୍ନ ଅନେକ ହିତାଧିକାରୀଙ୍କ ମନରେ ଏବେ ବି ଦ୍ୱନ୍ଦ୍ୱ ସୃଷ୍ଟି କରୁଛି। ଯଦି ଆପଣ ବି ଜାଣିବାକୁ ଚାହୁଁଛନ୍ତି ତେବେ ଆସନ୍ତୁ ଜାଣିବା ।ତେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି । ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ ବା ଭାରତୀୟ ଜାତୀୟ ଦେୟ ନିଗମ ବା NPCI କ୍ଲିୟର ହୋଇନଥିବ ସେମାନଙ୍କ ଆକାଉଣ୍ଟକୁ ଯିବନି ସୁଭଦ୍ରା ଟଙ୍କା । ତେଣୁ ଏହା କରାଇବା ଜରୁରୀ ।
ସେପ୍ଟେମୱର ୧୭ ପୂର୍ବରୁ ଅଧିକାଂଶ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିଥିଲେ ବି ଏବେ ପର୍ଯ୍ୟନ୍ତ ସେମାନଙ୍କ ଖାତାକୁ ଟଙ୍କା ଆସିନାହିଁ । କାହିଁକି ଟଙ୍କା ଆସିନି ସେ ନେଇ ସେମାନଙ୍କ ମଧ୍ୟ ଦ୍ୱନ୍ଦ୍ୱ ଲାଗିରହିଛି । ବାରମୱାର ବ୍ୟାଙ୍କ ଇକେୱାସି ଓ ଆଧାର କାର୍ଡ ଲିଙ୍କ କରିଥିଲେ ବି ସେମାନଙ୍କୁ ୫ ହଜାର ଟଙ୍କା ମିଳିପାରିନାହିଁ । ଯଦି ଆପଣଙ୍କୁ ବି ଟଙ୍କା ମିଳିନାହିଁ ତେବେ ହିତାଧିକାରୀ କିପରି ଜାଣିବେ, ସେମାନଙ୍କ ଆବେଦନର ଷ୍ଟାଟସ ବାବଦରେ । ଏଥିପାଇଁ ସରକାରୀ ୱେବସାଇଟ ସୁଭଦ୍ରା ପୋର୍ଟାଲକୁ ଭିଜିଟ କରିବାକୁ ପଡିବ । ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ନରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ । ଏହା ପରେ ଆପଣଙ୍କ ଆଧାର ସହ ରେଜିଷ୍ଟ୍ରର ଥିବା ମୋବାଇଲ ନଂକୁ ଓଟିପି ଆସିବ । ସେହି ଓଟିପି ପ୍ରବେଶ କରିବା ମାତ୍ରେ ଆପଣଙ୍କ ସାମ୍ନାରେ ଆପ୍ଲିକେସନର ଷ୍ଟାଟସ ଦେଖାଯିବ ।
ଏକ ପୃଷ୍ଠା ଖୋଲିବ ଯେଉଁଥିରେ ହିତାଧିକାରୀଙ୍କ ବିବରଣୀ ଦେଖାଯିବ । ତଳେ ଏକ ବକ୍ସ, ଇ କେୱାଇସି ଷ୍ଟାଟସ, ଇ କେୱାଇସି ପ୍ରକାର, ସୱୀକୃତି ସ୍ଥିତି, ପେମେଣ୍ଟ ସ୍ଥିତି ଦେଖାଯିବ । ଯଦି ଇ କେୱାଇସି ଷ୍ଟାଟସରେ ପେଣ୍ଡିଂ ଦେଖାଯାଉଛି, ତେବେ ଆପଣ ତୁରନ୍ତ ଇକେୱାଇସି କରିନିଅନ୍ତୁ । ସୱୀକୃତି ଷ୍ଟାଟସରେ ଅଣ୍ଡର ପ୍ରୋସେସ ଲେଖାଥିଲେ ସେମାନଙ୍କ ଆବେଦନ ସରକାରଙ୍କ ବିଚାରଧୀନ ଅଛି ବୋଲି ଜାଣିବେ । ଯଦି ଆବେଦନ ରିଜେକ୍ଟ ହୋଇଯାଇଥିବ ତେବେ ପେଜରେ ରିଜେକ୍ଟ ବୋଲି ଲେଖାଯିବ । ଏହି ଷ୍ଟେପ ଲାପଟପ ଓ ଡେସ୍କଟପ ପାଇଁ ପ୍ରଜ୍ୟୁଜ । ଜଣେ ମୋବାଇଲରେ ଚାହିଁଲେ ମଧ୍ୟ ଷ୍ଟାଟସ ଚେକ କରିପାରିବେ । ମୋବାଇଲରେ ସୁଭଦ୍ରା ପୋର୍ଟାଲ ଖୋଲି ହିତାଧିକାରୀ ନିଜର ଆବେଦନର Subhadra Yojana Status ଚେକ କରିପାରିବେ।