୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା

ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଗାମୀ ୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି। କାଳବୈଶାଖୀ ଓ ଟ୍ରପଲାଇନର ପ୍ରଭାବ ଯୋଗୁ ଅଧିକ ଗରମ ଅନୁଭୂତ ହେବନାହିଁ। ତେବେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି ।ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲାର କିଛି ସ୍ଥାନରେ କୁଆପଥର ମାଡ ହୋଇପାରେ। ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଜି ସନ୍ଧ୍ୟାରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା/ବଜ୍ରପାତ ହୋଇପାରେ।ସେହିପରି ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଜଗତସିଂପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡା ଏବଂ ଯାଜପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି/ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅଧିକ ପଢନ୍ତୁ

kc ads