୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳୁଛନ୍ତି ଓଡିଶା ପୋଲିସ୍ ।

ଆଜି ଓଡ଼ିଶା ପୋଲିସର ପ୍ରତିଷ୍ଠା ଦିବସ । ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ଭୁବନେଶ୍ବର ରିଜର୍ଭ ପୋଲିସ ପଡ଼ିଆରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପୋଲିସ କମିଶନର ଏସ ଦେବଦତ୍ତ ସିଂ । ଏହି ଅବସରରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପାଇଁ କିଛି ପୋଲିସ କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା । ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା।

୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ ସମୟରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ଗଠନ ହୋଇଥିଲା ପୋଲିସ ବିଭାଗ ।ରାଜ୍ୟର ବିଭିନ୍ନ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୋଲିସା ଏହି ପ୍ରତିଷ୍ଠା ଦିବସ ଆୟୋଜିତ ହୋଇଛି । ବିଭିନ୍ନଦ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଜରିଆାରେ ପ୍ରତିଷ୍ଠା ଦିବସ ପାଳିତ ହେଉଛି ।ସେହିପରି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଅବସରରେ ରାଜ୍ୟସ୍ତରୀୟ ପରେଡ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ପୋଲିସ ଡିଜି ୱାଇବି ଖୁରାନିଆ । ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିଲା ।

ଅଧିକ ପଢନ୍ତୁ

kc ads