ପବିତ୍ର ଅକ୍ଷୟ ତୃତୀୟା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଥିବାବେଳେ, ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହୋଇଛି। ବୁଧବାର ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନିବାଡ଼ର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲେ। ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା। ପୁରୀ ଏସ୍ପି କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟ ଅବସରରେ ମହାପ୍ରଭୁଙ୍କ ରଥକାଠ ଅନୁକୂଳ ହୋଇଛି। ମହାପ୍ରଭୁଙ୍କ ରଥଯାତ୍ରା ଓ ଚନ୍ଦନଯାତ୍ରା କାର୍ଯ୍ୟ ସୁରୁଖୁରୁରେ ହେବ। ମହାପ୍ରଭୁଙ୍କ ଏହା ଏକ ବଡ଼ ଅନୁଭୂତି ରହିବ। ସୁରକ୍ଷା ବ୍ୟବସ୍ଥା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଇଛି।
