ଅଗଷ୍ଟ ୧୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ଅଗଷ୍ଟ ୧୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ଦ୍ୱିତୀୟର ପରୀକ୍ଷା ଫଳ । ମଧ୍ୟାହ୍ନ ସାଢ଼େ ୧୨ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ଥିର ହୋଇଛି । ଚଳିତ ଥର ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି । ସେହିପରି ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଅନ୍ୟପଟେ
ସ୍ଥଗିତ ରହିଲା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା । ଆସନ୍ତା ୩୧ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖିଲା ମାଧ୍ୟମିକ ଶିକ୍ଷା ପରିଷଦ। ସାନି ପରୀକ୍ଷା ନେଇ ଖୁବ୍ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସୂଚନା ଦେଇଛି ବିଏସଇ।

ଅଧିକ ପଢନ୍ତୁ