ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ । ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସ ଧରି ବନ୍ଦ ରହିଛି ।
