ଅଗଷ୍ଟ ୭ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ ପ୍ରବଳ ବର୍ଷା ଚେତାବନୀ । ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା । ଏଥିସହ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ଜିଲ୍ଲା ଗୁଡ଼ିକ ହେଉଛି-: କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ

Odisha Darpan Digital