ମହାରାଷ୍ଟ୍ର ବାରାମତୀରେ ବଡ଼ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପରଲୋକ । ଏ ନେଇ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାଓ୍ବାରଙ୍କ ଅକାଳ ବିୟୋଗ ଖବର ଅତ୍ୟନ୍ତ ଦୁଃଖଦ ଘଟଣା। ଶ୍ରୀ ପାଓ୍ବାର ଏକ ପ୍ରମୁଖ ରାଜନେତା ତଥା ସମର୍ପିତ ଜନସେବକ ଥିଲେ । ଏହି ଗଭୀର ଦୁଃଖର ମୁହୂର୍ତ୍ତରେ, ମୁଁ ଶୋକସନ୍ତପ୍ତ ପରିବାର, ସହକର୍ମୀ ଏବଂ ମହାରାଷ୍ଟ୍ରର ଜନସାଧାରଣଙ୍କ ପ୍ରତି ମୋର ସମବେଦନା ପ୍ରକାଶ କରୁଛି । ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ, ଦିବଙ୍ଗତ ଆତ୍ମାକୁ ନିଜ ଚରଣରେ ସ୍ଥାନ ଦିଅନ୍ତୁ ଏବଂ ଶୋକସନ୍ତପ୍ତ ପରିବାରକୁ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ। ଅନ୍ୟପଟେ ଅଜିତ ପାୱାରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ମୋଦି ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆରେ ପ୍ରଧାମନ୍ତ୍ରୀ ଅଜିତ ପାୱାରଙ୍କ ସହ ଥିବା ଏକ ଫଟୋ ସେୟାର କରି ଶୋକ ପ୍ରକାଶ କରିଛନ୍ତି । ଅଜିତ ପାୱାରଙ୍କୁ ଲୋକଙ୍କ ନେତା କହି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
