ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ

ଭିଜିଲାନ୍ସ ଜାଲରେ ପଡିଛନ୍ତି ଆଉ ଜଣେ ସରକାରୀ ଅଧିକାରୀ । କେନ୍ଦ୍ରାପଡା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ।କେନ୍ଦ୍ରାପଡ଼ାରେ ତାଙ୍କ କାର୍ଯ୍ୟାଳୟ, କଟକସ୍ଥିତ କଲ୍ୟାଣୀନଗର ଏବଂ ଭୁବନେଶ୍ୱରର ଲିଙ୍ଗିପୁର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ଚଢାଉରେ ୪ଜଣ ଡିଏସପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଓ ୫ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

କଟକ ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ ଏହି ଚଢାଉ ହୋଇଛି । କଟକର କଲ୍ୟାଣନଗର ସ୍ଥିତ ଘର, ଭୁବନେଶ୍ୱର ଲିଙ୍ଗିପୁର ସ୍ଥିତ ଦୁଇ ମହଲା କୋଠା, କେନ୍ଦ୍ରାପଡା ସ୍ଥିତ କାର୍ଯ୍ୟାଳୟ ଓ କଟକ ନୂଆପଡା ସ୍ଥିତ ପୈତୃକ ଘର ଏବଂ ସମ୍ପର୍କୀୟଙ୍କ ଘରେ ଭୋର ୪ଟା ସମୟରୁ ଚଢାଉ ଜାରି ରଖିଛି ଭିଜିଲାନ୍ସ ।ରେଡ୍‌ ସରିବା ପରେ ହିଁ ଏ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିବ ବୋଲି ଜଣେ ଭିଜିଲାନ୍ସ ଅଧିକାରୀ କହିଛନ୍ତି।

ଅଧିକ ପଢନ୍ତୁ