ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଯଦି କେହି ଅଦିନିଆ ରଥଯାତ୍ରା କରିବେ ତେବେ ତାଙ୍କ ଉପରେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ। ଏନେଇ ଶ୍ରୀ ମନ୍ଦିର ପ୍ରଶାସନ ସହ ଆଲୋଚନା ହୋଇଛି | ଗଜପତି ମହାରାଜା ମଧ୍ୟ ପତ୍ର ଲେଖି ସାରିଛନ୍ତି | ଗତବର୍ଷ ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ମଧ୍ୟ ଗଜପତି ମହାରାଜ କଡ଼ା ଚେତାବନୀ ଦେଇଥିଲେ । ସାମ୍ବାଦିକ ସମ୍ମିଳନୀରେ ଗଜପତି ମହାରାଜ କହିଥିଲେ, ଅଦିନିଆ ରଥଯାତ୍ରା ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ କରୁଛି । ଶ୍ରୀମନ୍ଦିର ପରମ୍ପରା ଭାଙ୍ଗିବା ଠିକ୍ ନୁହେଁ । ଏହି ଅଦିନିଆ ରଥଯାତ୍ରା ବନ୍ଦ ନକଲେ ଆଇନଗତ ବିକଳ୍ପ ନେଇ ବିଚାର କରାଯିବ ବୋଲି ଗଜପତି ମହାରାଜ ଦିବ୍ୟସିଂହ ଦେବ ମଧ୍ୟ ତାଗିଦ କରିଥିଲେ ।
