ନିକଟରେ କିଛି ସଂସ୍ଥା ମହାପ୍ରଭୁଙ୍କ ଶୁଖିଲା ଭୋଗ ଏବଂ ମହାପ୍ରସାଦ ଅନଲାଇନ ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଅନୁରୋଧ କରିଥିଲେ। ଏହା ଦ୍ବାରା ମହାପ୍ରସାଦ ଦେଶ ବିଦେଶରେ ଭକ୍ତଙ୍କ ପାଖରେ ପହଞ୍ଚିପାରିବ।ହେଲେ ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାର ।ଅନଲାଇନରେ ମହାପ୍ରସାଦ ବିକ୍ରି ନେଇ ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି, ମହାପ୍ରସାଦର ପବିତ୍ରତା ଭିନ୍ନ ଅଟେ । ଏହାକୁ ସାଙ୍ଗରେ ନେବା ସମୟରେ ଏହାର ପବିତ୍ରତା ଅକ୍ଷୁର୍ଣ୍ଣ ରହିବ କି ନାହିଁ ସେନେଇ ସନ୍ଦେହ ଆମ ଭିତରେ ଅଛି ।ଅନଲାଇନ ବିକ୍ରି ପାଇଁ କିଛି ଉଦ୍ୟମ ଆରମ୍ବ ହୋଇଥିଲା କିନ୍ତୁ ଏଥିପାଇଁ ସରକାର ଏବଂ ମନ୍ଦିର ପ୍ରଶାସନ ରାଜି ନାହାନ୍ତି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି ।
ସବୁ ମନ୍ଦିରକୁ ଆଇନ ମନ୍ତ୍ରୀ ଅପିଲ କରି ହୋଟେଲ ଖାଦ୍ୟ ଭଳି ପ୍ରସାଦକୁ ଅନଲାଇନରେ ବିକ୍ରି କରନ୍ତୁ ନାହିଁ ବୋଲି ଅନୁରୋଧ କରିଛନ୍ତି । ପୁରୀ ଆସି ମହାପ୍ରସାଦର ସୌଭାଗ୍ୟ ପ୍ରାପ୍ତ ହୁଅନ୍ତୁ । ମହାପ୍ରସାଦକୁ ଅନଲାଇନରେ ବିତରଣ କରିବା ଭଳି ଯୋଜନା ନାହିଁ ।