ଅନୁଭବ-ଜାଗ୍ରତିଙ୍କ ରାଜସ୍ଥାନରେ ହେବ ଡେଷ୍ଟିନେସନ୍ ୱେଡିଂ

ଦ୍ବିତୀୟ ଇନିଂସ ଆରମ୍ଭ କରିବେ ଓଲିଉଡ୍ ଅଭିନେତା ଅନୁଭବ ମହାନ୍ତି । ଦିଲ୍ଲୀରେ ଜାଗୃତି ଶୁକ୍ଲାଙ୍କ ହାତ ଧରିବେ କଟକର ବାଳୁଙ୍ଗା ଟୋକା । ରାଜସ୍ଥାନରେ ହେବ ଡେସଟିନେସନ୍ ୱେଡିଂ । ଉଭୟଙ୍କ ଆଜି ପଡିବ ହାତଗଣ୍ଠି । ହାତକୁ ଦି ହାତ ହେବେ। ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହେବେ।ସୋସିଆଲ ମିଡିଆରେ ଉଭୟଙ୍କ ନିର୍ବନ୍ଧର ଫଟୋ ଭାଇରାଲ୍ ହୋଇଛି। ଯାହାକୁ ନେଇ ଚର୍ଚ୍ଚା ମଧ୍ୟ ବଢିଛି। ୨୦୧୯ରେ ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ବନ୍ଧୁତା ଆଉ ୨୦୨୫ରେ ସାତ ଜନ୍ମର ସାଥୀ ସାଜିଲେ ଅନୁଭବ-ଜାଗ୍ରତି। ବର୍ଷାଙ୍କ ସହ ବିବାହ ବିଚ୍ଛେଦ ପରେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଅନୁଭବ।

ଅଧିକ ପଢନ୍ତୁ