ଶ୍ରୀମନ୍ଦିରର ଶୁଦ୍ଧ ସୁଆର ତଥା ଯୁବ ଦଇତାପତି ସେବାୟତ ଶ୍ରଦ୍ଧାନନ୍ଦ ଦାସ ମହାପାତ୍ରଙ୍କୁ ଅନୈତିକ କାର୍ଯ୍ୟରେ ଲିପ୍ତଥିବାରୁ ତାଙ୍କ ନାମରେ ମାମଲା ରୁଜୁ ହେବା ସହ ପୁଲିସ ଦ୍ୱାରା ଗିରଫ ହୋଇଥିଲେ । ଘଟଣାକୁ ଅତ୍ୟନ୍ତ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ।ଉକ୍ତ ସେବକଙ୍କ ଅନୈତିକ କାର୍ଯ୍ୟ ସମଗ୍ର ସେବକ ସମାଜ ଏବଂ ଶ୍ରୀମନ୍ଦିରର ସମ୍ମାନ ଓ ମର୍ଯ୍ୟାଦା କ୍ଷୁଣ୍ଣ କରିଥିବା ପରିପ୍ରେକ୍ଷୀରେ ତାଙ୍କ ବିରୋଧରେ ନିଲମ୍ବନ ଆଦେଶ ଜାରି କରାଯାଇଛି। ଏହା ଅନ୍ୟାଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବା ସହିତ ନିଲମ୍ବନ ଅବଧିରେ ସମ୍ପୃକ୍ତ ସେବକ ସେବାରୁ ବଞ୍ଚିତ ହେବା ସହିତ ଶ୍ରୀମନ୍ଦିରରେ ପ୍ରବେଶ କରିବା ପାଇଁ ନିଷେଧାଜ୍ଞା ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ। ମନ୍ଦିର ଅଧିକାରୀଙ୍କ ଅନୁଯାୟୀ, ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ମନ୍ଦିର ଏବଂ ସେବାୟତ ସମ୍ପ୍ରଦାୟ ଉଭୟଙ୍କ ମର୍ଯ୍ୟାଦା ଏବଂ ପ୍ରତିଷ୍ଠାକୁ କ୍ଷୁର୍ଣ୍ଣ କରିଛି।
