ପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି ଆକ୍ରମଣ। ବ୍ରହ୍ମୋସ ମିଶାଇଲ ମାଡ଼ କରି ଧ୍ୱଂସ କଲା ଆତଙ୍କବାଦୀଙ୍କଆଡ୍ଡା ସ୍ଥଳ। ପାକିସ୍ତାନ ଉପରେ ଏହି ଏୟାର ଷ୍ଟ୍ରାଇକ ପରେ ଦେଶରେ ଲେକେ ଖୁସି ମନାବଇବା ସହ କହିଛନ୍ତି ‘ଆମ ସହ ପଙ୍ଗା ନେଲେ, ଆମେ ଛାଡ଼ିବୁନି, ତମ ଦେଶ ଭିତରେ ପଶିକି ମାରିବୁ’। ପାକିସ୍ତାନରେ ଭାରତୀୟ ସେନାର ଏହି ରାତିଅଧିଆ ଆକ୍ରମଣ ପରେ ସବୁ ମହଲରେ ଭାରତକୁ ପ୍ରଶଂସା କରାଯାଉଛି।ଭାରତ ଏହାର ‘ଅପରେସନ୍ ସିନ୍ଦୂର’ ପାଇଁ ପାକିସ୍ତାନର ୧୦୦ କିଲୋମିଟର ପରିଧି ମଧ୍ୟରେ ୯ଟି ଆତଙ୍କବାଦୀ ଆଡ୍ଡା ଉପରେ ଏୟାର ଷ୍ଟ୍ରାଇକ୍ କରି ଧ୍ୱଂସ କରିଛି।
ଭାରତ ଦ୍ୱାରା ନିଆଯାଇଥିବା ପଦକ୍ଷେପ ବିଷୟରେ ସୂଚନା ଦେବା ପାଇଁ ବରିଷ୍ଠ ଭାରତୀୟ ଅଧିକାରୀମାନେ ଅନେକ ଦେଶର ସେମାନଙ୍କ ପ୍ରତିପକ୍ଷଙ୍କ ସହ କଥା ହୋଇଛନ୍ତି ବୋଲି ଏକ ସୂତ୍ରରୁ ସୂଚନା ମିଳିଛି।ସେସବୁ ଦେଶ ମଧ୍ୟରେ ଆମେରିକା, ୟୁକେ, ସାଉଦି ଆରବ, ସଂଯୁକ୍ତ ଆରବ ଏମିରେଟ୍ସ ଏବଂ ରୁଷିଆ ଆଦି ଦେଶ ଅଛନ୍ତି। ତେବେ ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ ।