ଅବପାତର ରୂପ ନେଲା ଲଘୁଚାପ: ୩ ଜିଲ୍ଲାରେ ବର୍ଷା 

ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି।ଆଜି ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୭ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ବଲାଙ୍ଗିର ଓ ରାୟଗଡ଼ା ।ଏଥିପାଇଁ ଏହି ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ପ୍ରବଳ ବର୍ଷା ନେଇ ଗଞ୍ଜାମ, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଖୋର୍ଦ୍ଧା ଓ କଟକ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୋନପୁରକୁ ୟେଲୋ ଓ୍ବାର୍ନିଂ ରହିଛି।

ଅଧିକ ପଢନ୍ତୁ