ରିମାଣ୍ଡରେ ବାହାରିବ ସତ । କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଅଭିଯୁକ୍ତ ଥିବା ଅଦ୍ଭିକ୍ ଶ୍ରୀବାସ୍ତବକୁ ରିମାଣ୍ଡରେ ନେଇଛି ଇନ୍ଫୋସିଟି ପୋଲିସ । ଗୁରୁବାରଠୁ ଅଭିଯୁକ୍ତ ଅଦ୍ଭିକ୍ ଶ୍ରୀବାସ୍ତବକୁ ତିନି ଦିନିଆ ରିମାଣ୍ଡରେ ନେଇଛି ପୋଲିସ । ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍ ଇଣ୍ଟରନ୍ୟାଶନାଲ ରିଲେଶନ୍ ଅଫିସ (ଆଇଆର୍ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।
ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।