ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ

ଶ୍ରୀରାମଲଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରା ପରିବାର ସହ ଅଯୋଧ୍ୟା ଯାଇ ରାମ ଲଲାଙ୍କ ଦର୍ଶନ କରିବା ସହ ଆଳତି ମଧ୍ୟ କରିଥିଲେ । ପ୍ରଭୁଙ୍କ ଭବ୍ୟ ଦର୍ଶନ କରି ଖୁସି ପ୍ରକାଶ କରିଛନ୍ତି ମୋହନ ମାଝୀ ।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଭୁଙ୍କୁ ଦର୍ଶନ କରିବାର ତାଙ୍କୁ ସୌଭାଗ୍ୟ ମିଳିଛି।ଆଗାମୀ ଦିନରେ ଅଯୋଧ୍ୟାରେ ଓଡ଼ିଶା ଭବନ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ଜମି ଯୋଗାଇ ଦେବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଅନୁରୋଧ କରିବେ ବୋଲି କହିଛନ୍ତି। ସଂଗମରେ ବୁଡ଼ ପକାଇବା ସହିତ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଥିଲେ, ଏଠାରେ ଉପସ୍ଥିତ ରହି ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ପବିତ୍ର ସଂଗମରେ ବୁଡ଼ ପକାଇଛି ଏବଂ ପ୍ରାର୍ଥନା କରିଛି। ଓଡ଼ିଶା ତଥା ଦେଶର କଲ୍ୟାଣ ପାଇଁ ମା’ ଗଙ୍ଗା, ମା’ ଯୁମୁନା ଓ ମା’ ସରସ୍ବତୀଙ୍କ ନିକଟରେ ପ୍ରାର୍ଥନା କରି ଆଶୀର୍ବାଦ ମାଗିଛି। ମହାକୁମ୍ଭ ମେଳା ପାଇଁ ଉତ୍ତର ପ୍ରଦେଶ ସରକାର ଭଲ ବ୍ୟବସ୍ଥା କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ତାଙ୍କର ଟିମ୍ ଶ୍ରଦ୍ଧାଳୁଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂକଳ୍ପ ‘ବିକଶିତ ଭାରତ’କୁ ଆଗେଇ ନେବା ପାଇଁ ଏହା ମଧ୍ୟ ଏକ ବଳିଷ୍ଠ ଉଦ୍ୟମ।

ଅଧିକ ପଢନ୍ତୁ