ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଥିଲେ।ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଉତ୍ତ୍ୟକ୍ତ ଲୋକେ ଲୋକେ ଭାଙ୍ଗି ଦେଇଥିଲେ । ସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଥିଲା। ଭଦ୍ରକ ସହର ସହ ଦୋବଲ ଏବଂ ଧାମନଗରରେ ଉତ୍ତେଜନାମୂଳକ ସ୍ଥିତି ଦେଖାଦେଇଛି । ସ୍ଥିତିକୁ ଦେଖି ଜିଲ୍ଲା ପ୍ରଶାସନ ଧାରା ୧୬୩ ଲଗାଇଛି । ଭଦ୍ରକ ଜିଲ୍ଲାରେ ୪୮ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ କରି ଦିଆଯାଇଛି । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ବିଭିନ୍ନ ସ୍ଥାନରେ ୧୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଏହି ଇଲାକାକୁ ବାହାରୁ କାହାରିକୁ ଛଡ଼ା ଯିବ ନାହିଁ ବୋଲି କହିଛନ୍ତି ଡିଆଇଜି ।