ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ। ଏ ନେଇ ସୂଚନା ଦେଲେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୂରେଶ ପୂଜାରୀ। ସେ କହିଛନ୍ତି ଯେ, ଏସଓପି ବାହାରେ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳମାନଙ୍କୁ ଅଧିକୃତ କରାଯାଇଛି।ଆବଶ୍ୟକ ପଡିଲେ ସେମାନେ ସମ୍ପୃକ୍ତ ଜିଲ୍ଲାର ସ୍କୁଲ ବନ୍ଦ ନିଷ୍ପତ୍ତି ନେଇପାରିବେ ବୋଲି ସୁରେଶ ପୂଜାରୀ କହିଛନ୍ତି । ଯେଉଁ ଜାଗାରେ ନିର୍ଦ୍ଦିଷ୍ଟ ତାପମାତ୍ରାଠାରୁ ଅଧିକ ତାପମାତ୍ରା ବଢିବ, ସେଠାରେ ଜିଲ୍ଲାପାଳ ସ୍ୱତନ୍ତ୍ର ନିଷ୍ପତ୍ତି ନେଇପାରିବେ । ଆଗୁଆ ଖରାଛୁଟି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରସ୍ତାବ ଦିଆଯାଇଛି । ମେ ୬ ତାରିଖ ପର୍ଯ୍ୟନ୍ତ ଆଗୁଆ ଛୁଟି ପ୍ରଦାନ ପାଇଁ ପ୍ରସ୍ତାବନରେ ଉଲ୍ଲେଖ କରାଯାଇଛି ।
ଖରାକୁ ଦୃଷ୍ଟିରେ ରଖି ଏ ପ୍ରକାର ନିଷ୍ପତ୍ତି ନିଆଯାଇଥିବା କହିଲେ ମନ୍ତ୍ରୀ । ତାପମାତ୍ରା ବୃଦ୍ଧି ପାଇବା କାରଣରୁ ବିଭିନ୍ନ ବିଭାଗ ସହ ରାଜସ୍ୱ ବିଭାଗ ଆଲୋଚନା କରିଛି ଛୁଟି ନେଇ ଆଲୋଚନା କରାଯାଇଛି ।ଖରା ବଡ଼ିଲେ ଅଙ୍ଗନବାଡ଼ି ବନ୍ଦ କରାଯିବ । ଛୁଆଙ୍କ ଖାଦ୍ୟ ଘରକୁ ପଠାଇବାର ବ୍ୟବସ୍ଥା କରାଯିବ ।ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ନିର୍ଦ୍ଦେଶନାମା ଜାରି କରାଯିବ ।