ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ୍ ଖାରଜ

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ । ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ।ତେବେ ଆଗୁଆ ଜାମିନ ନମିଳିବାରୁ ଆଗକୁ ହୁଏତ ବିଷ୍ନୁପଦ ଅଡୁଆରେ ପଡି ପାରନ୍ତି । ଓଡିଶା ବ୍ରିଜ ଏଣ୍ଡ ରୁଫ କର୍ପୋରେସନ ଲାଞ୍ଚ ମାମଲାରେ ଫସିଛନ୍ତି ବିଷ୍ଣୁପଦ ସେଠୀ । ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ଅଭିଯୋଗରେ ବିଷ୍ନୁପଦଙ୍କ ଘରେ ଚଢ଼ାଉ କରିଥିଲା ସିବିଆଇ । ସି ବି ଆଇ ଚଢ଼ାଉକୁ ବିରୋଧ କରି ପ୍ରଥମେ ହାଇକୋର୍ଟ ଆସିଥିଲେ ବିଷ୍ନୁପଦ ।

ଅଧିକ ପଢନ୍ତୁ

Odisha Darpan Digital