ଆଇନ୍‍ କଡା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ- ରାଜ୍ୟପାଳ ହରିବାବୁ କମ୍ଭମପତି

ଏଫ୍‍ଏମ୍‍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି । ଏହି ଖବର ଶୁଣି ଗଭୀର ମର୍ମାହତ ଥିବା କହିଲେ ରାଜ୍ୟପାଳ । ରାଜ୍ୟପାଳ କହିଛନ୍ତି ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ । ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି । ଘଟଣାରେ ପୀଡିତାଙ୍କ ପରିବାରକୁ ନ୍ୟାୟ ମିଳିବ । ଯେଉଁମାନେ ସଂପୃକ୍ତ ଅଛନ୍ତି ସେମାନଙ୍କ ପାଇଁ ଆଇନ୍‍ କଡା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ ବୋଲି ରାଜ୍ୟପାଳ କହିଛନ୍ତି । ତେବେ ବାଲେଶ୍ୱର ଏଫଏମ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆଖି ବୁଜିଛନ୍ତି। ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଗତ ଶନିବାର ଏଫଏମ କଲେଜରେ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ ପୀଡିତା। ଏହି ଘଟଣାକୁ ନେଇ ତେଜିଛି ରାଜନୀତି।

ଅଧିକ ପଢନ୍ତୁ

Odisha Darpan Digital