ପୁଣି ବୁର୍ଲାମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଆଜି ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅଞ୍ଚଳରେଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ୧୩ ବର୍ଷିୟା ନାବାଳିକା ଆତ୍ମାହୁତି ଉଦ୍ୟମ କରିଥିଲେ । ତାଙ୍କ ଶରୀରର ୭୦ ଭାଗ ଅଂଶ ଜଳିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କୁ ହସପିଟାଲକୁ ନିଆଯାଇଥିଲା । ତାଙ୍କୁ ସମ୍ବଲପୁର ବୁର୍ଲା ଭୀମସାର ହସ୍ପିଟାଲର ଏମର୍ଜେନ୍ସି ୱାର୍ଡରେ ଭର୍ତ୍ତି କରାଯାଇଥିଲା । ଉତ୍ତରାଞ୍ଚଳ ଆଇଜି ହିଂମାଶୁ ଲାଲ ଓ ବରଗଡ଼ ଜିଲ୍ଲା ଦାୟିତ୍ବରେ ଥିବା ବଲାଙ୍ଗୀର ଏସପି ଅଭିଳାଷ ଜି ହସ୍ପିଟାଲରେ ପହଞ୍ଚି ସ୍ଥିତି ତଦାରଖ କରିଥିଲେ ।
ପରିବାର ଲୋକସଙ୍କ ସୂଚନା ଅନୁସାରେ, ଛାତ୍ରୀ ଜଣଙ୍କ ତାଙ୍କ ମାମୁଁ ଘରରେ ରହି ପାଠ ପଢ଼ୁଥିଲେ । ଆଜି ସକାଳୁ ମାମୁଁ ଘର ନିକଟରେ ଥିବା ଏକ ଖେଳ ପଡ଼ିଆରୁ ତାଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ତେବେ ଆତ୍ମହତ୍ୟା ର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ।