ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୌସୁମୀ କେରଳ ଛୁଇଁବ ।

ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ।ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୌସୁମୀ କେରଳ ଛୁଇଁବ । ଏନେଇ କେରଳର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି ।

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।୧୬ ବର୍ଷ ପରେ ଏଥର ମୌସୁମୀ ସଅଳ କେରଳ ଛୁଇଁବ। ୨୦୦୯ ମେ’୨୩ରେ କେରଳ ଛୁଇଁଥିଲା ସାଧାରଣତଃ କେରଳ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିଥାଏ। ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହ କିମ୍ବା ୧୦ ତାରିଖ ପୂର୍ବରୁ ଓଡ଼ିଶାରେ ପ୍ରବେଶ କରିବା ସମ୍ଭାବନା ରହିଛି। ଚାଷୀମାନେ ଅଖିମୁଠି ଅନୁକୂଳ କରି ବର୍ଷାକୁ ଅପେକ୍ଷା କରି ରହିଛନ୍ତି। ପ୍ରାକ୍‌ ମୌସୁମୀ ବର୍ଷା ହେଲେ ଧାନବୁଣା ଆରମ୍ଭ ହେବ। ଏ ପର୍ଯ୍ୟନ୍ତ ପ୍ରାକ୍‌ ମୌସୁମୀ ବର୍ଷା ହୋଇ ନ ଥିବାରୁ ବିହନ ଅନୁକୂଳ ହୋଇ ନାହିଁ।

ଅଧିକ ପଢନ୍ତୁ

kc ads