ରାଜ୍ୟରେ ଗ୍ୟାସ୍ ସଙ୍କଟ ନାହିଁ । ପର୍ଯ୍ୟାପ୍ତ ପରିମାଣର ମହଜୁଦ ଅଛି । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପରାମର୍ଶ। ରାଜ୍ୟରେ ୧୪ ହଜାର ଘରୋଇ ଗ୍ୟାସ୍ ସିଲିଣ୍ଡର ଗଚ୍ଛିତ ରହିଛି। ହୋଟେଲ୍ମାନଙ୍କୁ ଗ୍ୟାସ୍ ଦେବାକୁ ସ୍ୱତନ୍ତ୍ର ବ୍ୟବସ୍ଥା ହେଉଛି। କଳା ବଜାରୀ ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ ହେଉଛି। ଆଜିଠାରୁ ହୋଟେଲ୍ ଓ ରେଷ୍ଟୁରାଣ୍ଟକୁ ଗ୍ୟାସ୍ ଦିଆଯିବ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ।। କେନ୍ଦ୍ର ପକ୍ଷରୁ ଆଉ ୧୦ ପ୍ରତିଶତ ପାଇଁ କିଛି ସର୍ତ୍ତ ରହିଛି । ଯାହାକୁ ପୂରଣ କରିବାରେ ରାଜ୍ୟ ସରକାର କାମ କରୁଛନ୍ତି । ସାଧାରଣ ଗ୍ରାହକଙ୍କ ପାଇଁ ଗ୍ୟାସ ବଣ୍ଟନରେ କୌଣସି ଅସୁବିଧା ନାହିଁ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଅନ୍ୟପଟେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରାଯାଇଥିଲା । ଏଣିକି ଆବେଦନ କରିବାର ମାତ୍ର ୨୪ ଘଣ୍ଟା ମଧ୍ୟରେ ନୂଆ ପାଇପ୍ ପ୍ରାକୃତିକ ଗ୍ୟାସ୍ (PNG) କନେକ୍ସନକୁ ମଞ୍ଜୁରୀ ପ୍ରଦାନ କରାଯିବ । ଦେଶରେ ଗ୍ୟାସ୍ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ଗ୍ରାହକଙ୍କୁ ତୁରନ୍ତ ସେବା ଯୋଗାଇଦେବା ଲକ୍ଷ୍ୟରେ ସରକାର ଏହି ପଦକ୍ଷେପ ନେଇଛନ୍ତି ।ସୂଚନା ଥାଉକି, ଗ୍ୟାସ ସଙ୍କଟକୁ ନେଇ ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ଏହା ସହିତ ସରକାର ସ୍ପଷ୍ଟ କରିଛନ୍ତି ଓଡିଶାରେ ବର୍ତ୍ତମାନ କୌଣସି ଗ୍ୟାସ ସଙ୍କଟ ନାହିଁ, ପର୍ଯ୍ୟାପ୍ତ ମହଜୁଦ ରହିଛି। ସିଲିଣ୍ଡର ଗ୍ୟାସ ମଜୁତ ରହିଥିବାରୁ ଲୋକଙ୍କୁ ଭୟଭୀତ ହେବାର କୌଣସି କାରଣ ନାହିଁ।
