ଆଜିଠାରୁ କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ।

କାର୍ଯ୍ୟରେ ଯୋଗ ଦେଇଛନ୍ତି ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ। ୬ ମାସ ଛୁଟିରୁ ଫେରିବା ପରେ ଆଜି ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ବୁଧବାର ସାନି ଛୁଟି ଆବେଦନ ଅଗ୍ରାହ୍ୟ କରିଥିଲେ ସରକାର । ଗତ ମେ ମାସରୁ ୬ମାସ ଛୁଟିରେ ଯାଇଥିଲେ ସୁଜାତା । ତାଙ୍କର ଅବଧି ସରିବା ପରେ ସେ ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବଢାିବାକୁ ଆବେଦନ କରିଥିଲେ ।

ନଭେମ୍ବର ୨୭ରୁ ଚାକିରିରେ ଯୋଗ ଦେବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଥିବା ଅବଗତ କରିଥିଲେ। ଏହା ସହିତ ଆଜି ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଥିଲେ।

ଅଧିକ ପଢନ୍ତୁ

Odisha Darpan Digital