ଆଜିଠାରୁ ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ । ମାର୍ଗଶୀର ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଅର୍ଥାତ ଆଜି ଠାରୁ ତିନିଦିନ ଧରି ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ କରୁଥିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବ ଦୀପାବଳି କୁହାଯାଏ ।ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡା ସେବାୟତ ମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।

ଅଧିକ ପଢନ୍ତୁ

Odisha Darpan Digital