ଆଜିଠାରୁ ମାଟ୍ରିକ ଖାତାଦେଖା ଆରମ୍ଭ

ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ମୂଲ୍ୟାୟନ କାର୍ଯ୍ୟ ମାର୍ଚ୍ଚ ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ଏଥିପାଇଁ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି।ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ସହିତ ମଧ୍ୟମା ଏବଂ ଓପନ ସ୍କୁଲ ଖାତା ମୂଲ୍ୟାୟନ ହେବ। ୫୫ଟି କେନ୍ଦ୍ରରେ ମୂଲ୍ୟାୟନ ହେବାକୁ ଥିବାବେଳେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଖାତା ଦେଖାରେ ୧୫ହଜାରରୁ ଅଧିକ ଶିକ୍ଷକ ନିୟୋଜିତ ହେବେ। ପୂର୍ବ ନିଷ୍ପତି ଅନୁସାରେ ଗୁରୁବାର କିଛି ମୂଲ୍ୟାୟନ କେନ୍ଦ୍ରରେ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ହୋଇଥିବା ବେଳେ ଅନ୍ୟ କେନ୍ଦ୍ର ଗୁଡିକରେ ଆଜି ଉପସ୍ଥିତ ରହି ମୂଲ୍ୟାୟନ ଆରମ୍ଭ କରିବେ।ସୂଚନାଯୋଗ୍ୟ, ଚଳିତ ବର୍ଷ ୫ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ, ୭୮୩୧ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ। ରାଜ୍ୟରେ ମୋଟ ୩,୦୪୭ଟି ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ଟି ନୋଡାଲ କେନ୍ଦ୍ର କରାଯାଇଥିଲା।

ଅଧିକ ପଢନ୍ତୁ