୧୨ ଦିନର ଲୀଳାଖେଳା ସାରି ମଙ୍ଗଳବାର ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ ମହାପ୍ରଭୁ । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ନବଦିନାତ୍ମକ ଯାତ୍ରା ସାରି ଆଷାଢ଼ ଶୁକ୍ଳ ତ୍ରୟୋଦଶୀ ତିଥି ନୀଳାଦ୍ରି ବିଜେ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ା ବିଜେ କରିଛନ୍ତି। ଏଥିସହ ଚଳିତବର୍ଷର ଘୋଷଯାତ୍ରା ସମ୍ପନ୍ନ ହୋଇଛି। ତେବେ ଭକ୍ତମାନେ ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ନୀଳାଚଳ ଅବଢା ପାଇ କୃତାର୍ଥ ହେବେ।
