ଆଜିଠୁ ଆରମ୍ଭ ହେଉଛି ଲକ୍ଷପତି ଦିଦି କର୍ମଶାଳା।

ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ‘ଲକ୍ଷପତି ଦିଦି’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ ସଫଳ କରିବା ଲାଗି ଦୁଇଦିନ ଧରି ହେବାକୁ ଥିବା ଏହି କର୍ମଶାଳାରେ ପ୍ରତ୍ୟେକ ଜିଲାର କମ୍ୟୁନିଟି ସପୋର୍ଟ ଷ୍ଟାଫ, ସମ୍ଭାବ୍ୟ ଲକ୍ଷପତି ଦିଦି ଓ ଲକ୍ଷପତି ଦିଦି ଉପସ୍ଥିତ ରହିବେ।ଏହାଛଡ଼ା ଯେଉଁ ମହିଳାମାନେ ଲକ୍ଷପତି ଦିଦି ହୋଇସାରିଛନ୍ତି ସେମାନେ ଏହି କର୍ମଶାଳରେ ପ୍ରେରଣାଦାୟୀ ଆଲୋଚନାରେ ଭାଗ ନେବା ସହ ଅନ୍ୟମାନଙ୍କୁ ଉତ୍ସାହିତ କରିବେ। ବ୍ୟବସାୟ ବଢ଼ାଇବା ପାଇଁ ବିନା ସୁଧରେ ୫ ଲକ୍ଷ ଟଙ୍କା ଯାଏ ଋଣ ମଧ୍ୟ ଦିଆଯାଉଛି। ୨୦୨୭ ସୁଦ୍ଧା ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର।

ଅଧିକ ପଢନ୍ତୁ