ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ

ସୋମବାରଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ। ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ହେବ । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ ଟେଷ୍ଟ (ସିବିଟି) ମୋଡରେ ହେବ।ରାଜ୍ୟର ୩୦ ଜିଲ୍ଲାରେ ୯୩ଟି ପରୀକ୍ଷା କେନ୍ଦ୍ର ଓ ରାଜ୍ୟ ବାହାରେ ଅର୍ଥାତ୍ କୋଲକାତା, ରାଞ୍ଚି ଓ ପାଟନାରେ ୬ଟି ସେଣ୍ଟର କରାଯାଇଛି ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି ।

ଅଧିକ ପଢନ୍ତୁ