ଆଜିଠୁ ବିଶ୍ୱ ଐତିହ୍ୟ ସପ୍ତାହ: ଆଜି ଦିନକ ପାଇଁ କୋଣାର୍କ ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼

ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ ସମସ୍ତ ପର୍ଯ୍ୟଟକ ମାନଙ୍କୁ ଆଜି ଦିନକ ପାଇଁ କୋଣାର୍କ ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି I ଏନେଇ ଏଏସ୍‌ଆଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି Iସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟ ଆଜି ଦିନକ ପାଇଁ ବିନା ଅର୍ଥରେ ଦେଖିବେ ପର୍ଯ୍ୟଟକ । ଏ ନେଇ କୋଣାର୍କ ସଂରକ୍ଷଣ ଅଧିକାରୀ ତ୍ରୈଲୋକ୍ୟ ନାଥ ବେହେରା ସୂଚନା ଦେଇଛନ୍ତି । ଏଥିପାଇଁ ବୁଧବାର ସୂର୍ଯ୍ୟ ମନ୍ଦିର ପରିସରରେ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୋଇଛି ।ଦିଲ୍ଲୀ ଠାରେ ଆତଙ୍କବାଦୀମାନଙ୍କ ବଡ଼ ଧରଣର କାର ବିସ୍ପୋରଣ ଘଟଣାକୁ ନଜରରେ ରଖି ମଙ୍ଗଳବାର ଅପରାହ୍ନରେ ପୁରୀ ଏସପି ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ଦେଶବିଦେଶର ପର୍ଯ୍ୟଟକମାନଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରେ ରଖି ବିଶ୍ୱଐତିହ୍ୟ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିବା ସହ ଟିକିନିଖି ବୁଲିଦେଖି ତଦାରଖ କରିଥିଲେ ।

ଅଧିକ ପଢନ୍ତୁ

Odisha Darpan Digital