ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ ସାଙ୍ଗକୁ କୁହୁଡି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବା ନେଇ ପୂର୍ବାନୁମାନ କରିଛି ପାନିପାଗ ବିଭାଗ ।ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର,କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଅନ୍ୟପଟେ ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।ସେପଟେ ରାଜ୍ୟରେ ରାତି ତାପମାତ୍ରା ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।